ଆସୁଛି ଆଉ ଏକ ବାତ୍ୟା – News Magazine

ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି

 ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସମ୍ଭାବନା ଦେଖାଦେଇଛି । ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି ।  ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅବବାତର ରୂପ ନେବ । ଆସନ୍ତା ୨୯ରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ।  ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟାର ପରିଣତ ହେବା ନେଇ ସମ୍ଭାବନା ରହିଛି ।  ଦକ୍ଷିଣ ଆଣ୍ଡାମାନ ସାଗର ଓ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ସଂଲଗ୍ନ ଅଞ୍ଚଳ ମଲାକା ଷ୍ଟ୍ରେଟରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ନଭେମ୍ବର ୨୯ ତାରିଖରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।
ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରର ଦକ୍ଷିଣ ପୂର୍ବ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି କରିବ। ଫଳରେ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

ଏହାର ପ୍ରଭାବରେ ୨୮ ତାରିଖରେ କୋରାପୁଟ, ମାଲାକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନୂଆପଡ଼ା ଜିଲ୍ଲାର କେତେକାଂଶରେ ହାଲୁକା ବର୍ଷା ହୋଇପାରେ। ୨୯ ତାରିଖରୁ ମଧ୍ୟ ରାଜ୍ୟରେ ଶୁଖିଲା ଓ ଖରାଟିଆ ପାଗ ଦେଖିବାକୁ ମିଳିବ। ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ। ଆଜି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଶୁଖିଲା ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରି ମଧ୍ୟରେ ରହିବ।

Source link

Leave a Comment